Millions of titlesEvery book you're looking for
Carbon-neutral shippingFree on orders over $39.99
Fast shipping worldwideDelivered to your door
ଭୀମ ପୃଷ୍ଟିଙ୍କ 'ସମୁଦ୍ର ମଣିଷ' ବହିଟିକୁ ନପଢ଼ିଲେ, ଆପଣ ଜାଣିପାରିବେନି ସମସାମୟିକ ଓଡ଼ିଆ ସାହିତ୍ୟର ବାସ୍ତବ ରୂପରେଖଟି କ\'ଣ? ଜାଣିପାରିବେନି, ଉପନ୍ୟାସ ରଚନାରେ ପ୍ରାମାଣିକ ତଥ୍ୟ ଓ କଳ୍ପନାର ସମନ୍ୱୟ କିପରି ତାହାର ଶୈଳୀ ଓ ଭାବବସ୍ତୁ ନିର୍ମାଣରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି? ସମୁଦ୍ର ମଣିଷ ହେଉଛି, ସମୁଦ୍ର ଗ୍ରାସ କରିଛି ଯେଉଁ ମଣିଷମାନଙ୍କୁ, ସେଇମାନଙ୍କର ଅନ୍ତରାତ୍ମାର କୋହ, ନିଃସଙ୍ଗ ବିଳାପ, ଛିନ୍ନ ମୂଳ ହୋଇଯିବାର ଯନ୍ତ୍ରଣାକାତର, ମର୍ମଭେଦୀ ଜୀବନ ଆଲେଖ୍ୟ । ଯେପରି ଜଳବାୟୁର ବିପର୍ଯ୍ୟୟରେ ଅସହାୟ ମଣିଷର ବୁକୁଫଟା କାନ୍ଦ । ଯେପରି ବିଜ୍ଞାନ ସମୃଦ୍ଧ ଶୋଷଣମୁଖୀ ଆଧୁନିକ ସଭ୍ୟତା ଉପରେ ପ୍ରକୃତିର ପ୍ରତିଶୋଧ ।- ମନୁଆ ଦାସ, ବରିଷ୍ଠ କବିଅସହାୟ ଏକ ମାନୁଷ୍ୟିକ ଅବସ୍ଥିତି ଓ ଧୀର ନିରନ୍ତର ଏକ ସାମୁଦ୍ରିକ ଆକ୍ରୋଶର କାହାଣୀ ଭିତରେ ଗଢ଼ା ହେଇଛି ଭୀମ ପୃଷ୍ଟିଙ୍କ 'ସମୁଦ୍ର ମଣିଷ' । ଏ ଉପନ୍ୟାସ ମଣିଷର ଶ୍ରେଷ୍ଠତ୍ୱର ଅହଂକାର, ପ୍ରକୃତିର ରଣହୁଂକାରରେ କେଡ଼େ ଅସହାୟ ତାକୁ ପ୍ରତିପାଦିତ କରିଛି । ଲୁଣାପାଣିର ଲବଣୋକ୍ତ ପବନ କୌଣସି ଗ୍ରାମୀଣ ଜୀବନକୁ କେମିତି ନିଷ୍କ୍ରିୟ, ଅସହାୟ କରିଦେଇପାରେ ପରି ବ୍ୟଞ୍ଜନା-ଗଭୀର ଉପସ୍ଥାପନ ଏ ଉପନ୍ୟାସର ଚମତ୍କାରିତା ।- କଇଳାଶ ପଟ୍ଟନାୟକ, ବରିଷ୍ଠ ସାହିତ୍ୟିକ'ସମୁଦ୍ର ମଣିଷ\'ରେ ପ୍ରକୃତି ଓ ପ୍ରଳୟର ଅସାଧାରଣ ପରିଚର୍ଚ୍ଚା ସହିତ ମଣିଷର ଅନ୍ତହୀନ ଜିଜୀବିଷା ଦେଖିବାକ
- Author:
- Shantipriya Mishra
- Publisher:
- Black Eagle Books
- Publication Date:
- Mar 18, 2024
- Number of pages:
- NA pages
- Language:
- Oriya
- Binding:
- Paperback
- ISBN-10:
- 1645605205
- ISBN-13:
- 9781645605201